ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରଦ୍ଧା ବାର୍ଷିକୀ । ତେବେ କରୋନା ପାଇଁ ବିଜୁ ପଟ୍ଟନାୟକଙ୍କ ଏହି ଶ୍ରାଦ୍ଧ ବାର୍ଷିକୀ ରାଜ୍ୟବ୍ୟାପୀ ନିରାଡମ୍ବର ଭାବେ ପାଳନ କରାଯିବ ।

କରୋନା ପାଇଁ ଏବେ ସାରା ବିଶ୍ଵ ସଙ୍କଟରେ । କରୋନା ଭଳି ମହାମାରୀରୁ ବର୍ତିବା ପାଇଁ ମୁକାବିଲା କରୁଛି ଓଡିଶା । ତେଣୁ  ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ଆଜି ନିରାଡମ୍ବର ଭାବେ ପାଳନ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏହା ସହ ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରଖିବେ। ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡି ସଭାପତି ଦଳର ପ୍ରତିଟି କର୍ମୀ,ନେତା ଏବଂ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି।