ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲା; ଆରମ୍ଭ ହେଲା କ୍ରାଇମବ୍ରାଞ୍ଚ ତଦନ୍ତ

ରାଉରକେଲା:ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣା ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଘଟଣାର ଖୋଳତାଡ଼ କରିବା ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଏହି ଘଟଣାରେ ସମ୍ପୃକ୍ତ ବହିଷ୍କୃତ ଥାନା ଅଧିକାରୀ ଓ ଡାକ୍ତରଙ୍କୁ ମଧ୍ୟ ଜେରା କରିବ କ୍ରାଇମବ୍ରାଞ୍ଚ ।

ନାବଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ଅଧିକାରୀଙ୍କୁ ପୂର୍ବୁର ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । କାର୍ଯ୍ୟରେ ଅବହେଳା ଓ ବେଆଇନ କାମ ଯୋଗୁଁ ଅଭିଯୁକ୍ତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଡିଜିପି ପୂର୍ବରୁ ଚାକିରିରୁ ବହିଷ୍କାର କରିଥିଲେ ।

ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଓ ତା’ର ଗର୍ଭପାତ କରାଇବା ନେଇ ଆନନ୍ଦ ମାଝୀଙ୍କ ନାଁରେ ଅଭିଯୋଗ ହୋଇଥିଲା। ଅସହାୟ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଥିଲା।