ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢିବେ ନବୀନ

ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ମଧ୍ୟ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ। ହିଞ୍ଜିଳି ସହ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢିବେ। ଘୋଷଣା ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରେ…

କଣ୍ଟାବାଞ୍ଜି- ନବୀନ ପଟ୍ଟନାୟକ

ଅନୁଗୁଳ- ସଂଯୁକ୍ତା ସିଂହ

ନିମାପଡ଼ା- ଦିଲୀପ ନାୟକ

ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ

ଜୟପୁର- ଇନ୍ଦିରା ନନ୍ଦ

ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ

ପଦ୍ମପୁର- ବର୍ଷା ସିଂ ବରିହା

କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ

ଦେବଗଡ଼- ଅରୁନ୍ଧତି ଦେବୀ

ଅନ୍ୟପଟେ ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେଡି। ପୂର୍ବରୁ ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ ଓ ରେଢ଼ାଖୋଲରୁ ରୋହିତ ପୂଜାରୀ ପ୍ରାର୍ଥୀ ହୋଇଥିବା ବେଳେ ଆଜି ସେଥିରେ ପରିବର୍ତ୍ତନ କରାଯାଇ ରେଢ଼ାଖୋଲରୁ ପ୍ରସନ୍ନ ଆଚାର୍ଯ୍ୟ ଓ ସମ୍ବଲପୁରରୁ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରିଛି ବିଜେଡି।