ଆଜି ଏକାମ୍ର ନିର୍ବାଚନମଣ୍ଡଳିର ଜନ ସମ୍ପର୍କ ପଦଯାତ୍ରାରେ ଯୋଗଦେବେ ନବୀନ

ଭୁବନେଶ୍ୱର:ବିଜେପୁର ଉପ ନିର୍ବାଚନରେ ବିଜୟୀ ହେବା ପରେ ବିଜେଡି ନେତା ଓ କର୍ମୀଙ୍କ ମନୋବଳ ବୃଦ୍ଧି ପାଇଛି । ଦଳକୁ ଆହୁରି ସୁଦୃଢ କରିବା ପାଇଁ ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ । 

ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ । ଏଥିରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅନ୍ୟମାନଙ୍କ ମଧ୍ୟରେ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା, ମଧ୍ୟ ନିର୍ବାଚନମଣ୍ଡଳିର ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ନିର୍ବାଚନମଣ୍ଡଳିର ବିଧାୟକ ସୁଶାନ୍ତ ରାଉତଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଯୋଗଦେବେ । ଗତ ଅକ୍ଟୋବର ୨ରୁ ଏହି ପଦଯାତ୍ରା ଆରମ୍ଭ ହୋଇଛି ।