ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ମାସର ଦରମା ଦାନ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର: କୋରୋନା ମୁକାବିଲା ପାଇଁ ବହୁ ବିଧାୟକ ଓ ସାଂସଦ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜ ଦରମାର ଅର୍ଥ ଦାନ କରୁଛନ୍ତି । ଆଜି ବିଜେଡି ସାଂସଦ ସସ୍ମିତ ପାତ୍ର ନିଜର ୩ମାସର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରିଥିବା ଜଣାପଡିଛି । ପ୍ରକାଶ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ଦରମା ଏହି ପାଣ୍ଠିକୁ ଦାନ କରିଛନ୍ତି ।