ବିଜୁ ଯୁବ ଛାତ୍ର ଜନତା ଦଳର ଭର୍ଚୁଆଲ୍ ମିଟିଂ ଦ୍ୱାରା ୪ ଜିଲ୍ଲାର ସାଙ୍ଗଠନିକ ସମୀକ୍ଷା ବୈଠକ

ଭୁବନେଶ୍ୱର: ବିଜୁ ଯୁବ ଛାତ୍ର ଜନତା ଦଳର ଆନୁକୂଲ୍ୟରେ ସାଙ୍ଗଠନିକ ସମୀକ୍ଷା ସମ୍ପର୍କୀୟ ଭର୍ଚୁଆଲ୍ ମିଟିଂର ଅୟଆରମ୍ଭ ହୋଇଯାଇଛି ।ପ୍ରଥମ ପର୍ଯ୍ୟାୟରେ ୪ ଜିଲ୍ଲା ଯାଜପୁର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକର ସମସ୍ତ ଯୁବ ଓ ଛାତ୍ର ନେତା ଯୋଗଦେଇ ଦଳୀୟ ସଂଗଠନ ସମ୍ପର୍କରେ ନିଜର ମତ ପ୍ରଦାନ କରିଥିଲେ ଏବଂ ଆଗାମୀ ଦିନରେ ରାଜ୍ୟ ସମସ୍ତ ଜିଲ୍ଲାରେ ପର୍ଯ୍ୟାୟକ୍ରମେ ଭର୍ଚୁଆଲ୍ ମିଟିଂର ଆୟୋଜନ କରାଯିବ। ଏହି ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍ ମିଟିଂରେ ମୁଖ୍ୟ ଆକର୍ଷଣ ତଥା ମୁଖ୍ୟ ଅତିଥି ରୂପେ ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ତଥା ମାନ୍ୟବର ବିଧାୟକ ଯାଜପୁର ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇ ଯୁବ ଛାତ୍ର ନେତୃତ୍ୱକୁ ପ୍ରେରଣାତ୍ମକ ସାଙ୍ଗଠନିକ ମନ୍ତ୍ର ପ୍ରଦାନ କରିଥିଲେ ।

bjd news

ଓଡ଼ିଆ ଜାତି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରେ ନିଜର ଭାଗ୍ୟ ନିଜେ ଗଢ଼ିବ, ଓଡ଼ିଆ ଜାତିର କଳା ସଂସ୍କୃତି, ଐତିହ୍ୟ, ପରମ୍ପରା ବିଶ୍ୱରେ ଆହୁରି ଆଗକୁ ବଢିବ ଏବଂ  ଯୁବ ଛାତ୍ର ନେତାମାନେ ସେବବ୍ରତି ହୋଇ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ବିକାଶ ଦିଗରେ ଅହରହ କାର୍ଯ୍ୟକାରୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ମଜଭୁତ କରିବା ପାଇଁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ଶ୍ରୀ ଦାସ ଜୟ ଜଗନ୍ନାଥ ଜୟ ନବୀନ ର ସ୍ଲୋଗାନ ଦେଇ ସମସ୍ତ ଯୁବ ଛାତ୍ର ନେତାଙ୍କୁ ଉତ୍ସାହିତ କରିଥିଲେ ।ଏହି ଭର୍ଚୁଆଲ୍ ମିଟିଂରେ ୪ ଜିଲ୍ଲାରୁ ୨୯ ନିର୍ବାଚନ ମଣ୍ଡଳୀ, ୫୬ ବ୍ଲକ, ୧୩ ଏନସି ଏବୋ ସମସ୍ତ ପଂଚାୟତର ଯୁବ ଛାତ୍ର ନେତାମାନେ ସାମିଲ ହୋଇଥିଲେ।

bjd news

ବିଜୁ ଯୁବ ଛାତ୍ର ଜନତା ଦଳର ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍ ମିଟିଂକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ମାନ୍ୟବର ବିଧାୟକ ଧର୍ମଶାଳା ଶ୍ରୀଯୁକ୍ତ ପ୍ରଣବ ବଳବନ୍ତରାୟ, ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଶ୍ରୀଯୁକ୍ତ ବ୍ୟୋମକେଶ ରାୟ, ବିଜୁ ଜନତା ଦଳର ରାଜ୍ୟ ସଭାପତି (ଯୁବ ବ୍ୟାପାର) ତଥା ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ରାଣପ୍ରତାପ ପାତ୍ର ପ୍ରମୁଖ ପରିଚାଳନା କରିଥିଲେ।