ପିପିଲି ଉପ ନିର୍ବାଚନ ପରିଚାଳନା ପାଇଁ ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ପିପିଲି:  ପିପିଲି ଉପନିର୍ବାଚନ ନେଇ ରଣନୀତି ପ୍ରସ୍ତୁତ କରିଛି ବିଜୁ ଜନତା ଦଳ । ନିର୍ବାଚନ ପରିଚାଳନା ନେଇ ଦଳର ୪ ପୁରୁଖା ନେତାଙ୍କୁ ଦିଆଯାଇଛି ଦାୟିତ୍ୱ। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ଦାୟିତ୍ୱ ମିଳିଛି। ୪ ନେତାଙ୍କୁ ଏହି ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି।