ଏନ୍‌‌ଡିଏର ଉପ-ରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ୍‌‌ ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଏନ୍‌‌ଡିଏ  ଉପ-ରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ୍‌‌ ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡି । ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟଙ୍କ ସହିତ ଫୋନଯୋଗେ କଥା ହୋଇଛନ୍ତି  । ପ୍ରଧାନମନ୍ତ୍ରୀ ମୋଦୀ ଉପରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବାକୁ ଅନୁରୋଧ କରିଥିଲେ । ସମର୍ଥନ ଦେବା ନେଇ ପ୍ରତିଶୃତି ଦେଇଛନ୍ତି ନବୀନ ପଟ୍ଟନାୟକ । ପ୍ରାର୍ଥୀପତ୍ର ଦାଖଲ ବେଳେ ବିଜେଡି ସାଂସଦ ଉପସ୍ଥିତ ରହିବେ ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିବେ ଧନଖଡ଼ । ରାଷ୍ଟ୍ରପତି ନିର୍ବାଚନ ପରେ ଏବେ ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନଡିଏ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବ । ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ବିଜେଡି ସମର୍ଥନ କରିବା ନେଇ ସୂଚନା ।

ଆସନ୍ତା ଅଗଷ୍ଟ ୬ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିରୋଧୀଙ୍କ ପକ୍ଷରୁ କଂଗ୍ରେସର ବରିଷ୍ଠ ନେତା ମାର୍ଗରେଟ ଆଲଭା ପ୍ରାର୍ଥୀ ହୋଇଛନ୍ତି । ତେବେ ପୂର୍ବରୁ ମାଟିର ଝିଅ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ଦେବ ବୋଲି ଘୋଷଣା କରିଥିଲା ।

bjd will give support to nda candidate jagdeep dhankhad for vice president election