୪ଲକ୍ଷରୁ ଉର୍ଦ୍ଧ୍ୱ ନିଃସ୍ୱ ଗରିବ ଅସହାୟ ବ୍ୟକ୍ତିଙ୍କ ପାଖରେ ଖାଦ୍ୟ ଏବଂ ଅତ୍ୟାବଶକୀୟ ସାମଗ୍ରୀ ପହଂଚାଇଛନ୍ତି ବିଜେପି କାର୍ଯ୍ୟକର୍ତା

ବିଜେପିର ‘ଫିଡ୍ ଦି ନିଡି- ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭାରତୀୟ ପରମ୍ପରା ‘ନର ସେବା – ନାରାୟଣ ସେବା’କୁ ସମ୍ମାନ ଜଣାଇ ଲକ୍‌ଡାଉନ ସମୟରେ ବିଜେପି କାର୍ଯ୍ୟକର୍ତାମାନେ ସ୍ୱେଚ୍ଛାକୃତ ଭାବେ ସେମାନଙ୍କ ଅଂଚଳରେ ବାସ କରୁଥିବା ଗରିବ, ଦିନମଜୁରିଆ, ଦୁଖୀଜନ ତଥା ଅଭାବୀ ଲୋକଙ୍କୁ ସେମାନଙ୍କ ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ, ଔଷଧ ଆଦି ନିତ୍ୟାବଶ୍ୟକ ସାମଗ୍ରୀ ପହଂଚାଇବାର କାର୍ଯ୍ୟ ଚାଲୁ ରଖିଛନ୍ତି । ୪ଲକ୍ଷରୁ ଉର୍ଦ୍ଧ୍ୱ ନିଃସ୍ୱ ଗରିବ ଅସହାୟ ବ୍ୟକ୍ତିଙ୍କ ପାଖରେ ଖାଦ୍ୟ ଏବଂ ଅତ୍ୟାବଶକୀୟ ସାମଗ୍ରୀ ପହଂଚାଇଛନ୍ତି ବିଜେପି କାର୍ଯ୍ୟକର୍ତା । ରାଜ୍ୟ ସଭାପତିଙ୍କ ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ୨୦ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଂଟନ କରାଯାଇଛି । ସାମାଜିକ ଦୁରତ୍ୱ ବଜାୟ ରଖି ‘ଫିଡ୍ ଦି ନିଡି – ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା’ କାର୍ଯ୍ୟକ୍ରମରେ ବିଜେପିର ୬ ହଜାରରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତା ବର୍ତମାନ ସୁଦ୍ଧା ରାଜ୍ୟର ୨୧ଟି ସଂସଦୀୟ କ୍ଷେତ୍ର, ୧୪୭ ଟି ବିଧାନସଭା କ୍ଷେତ୍ର, ୩୮୪ଟି ବ୍ଲକ ଓ ପୈାରପାଳିକାରେ ବାସ କରୁଥିବା ୧ ଲକ୍ଷ ୨୦ ହଜାରରୁ ଉଦ୍ଧ୍ୱ ର୍ ଲୋକଙ୍କୁ ରନ୍ଧା ଖାଦ୍ୟ ବଂଟନ କରାଯାଇଛି । ସେହିପରି ୮୪ ହଜାରରୁ ଉର୍ଦ୍ଧ୍ୱ ପରିବାରକୁ
ଶୁଖିଲା ଖାଜ୍ୟ ଏବଂ ରାସନ ସାମଗ୍ରୀ ବଂଟନ କରାଯାଇଛି । କରୋନା ସଙ୍କଟ ଦୂର ହେବା ପର୍ଯ୍ୟନ୍ତ ଅସହାୟ, ଦୁଃଖୀଜନ, ନିସ୍ୱ ଗରୀବଙ୍କୁ ବିଜେପି କାର୍ଯ୍ୟକର୍ତାମାନେ ଖାଦ୍ୟାନ୍ନ ବଂଟନ କରିବେ । ଏହି କାର୍ଯ୍ୟରେ ବିଜେପି ସାଂସଦ, ବିଧାୟକ, ଜନ ପ୍ରତିନିଧି, ସମସ୍ତ ମୋର୍ଚ୍ଚାର କାର୍ଯ୍ୟକର୍ତା, ରାଜ୍ୟ ଓ ଜିଲ୍ଲା ପଦାଧିକାରୀମାନେ ସାମିଲ ହୋଇ ନିଜ ନିଜ ଅଂଚଳରେ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ, ରାସନ ସାମଗ୍ରୀ, ଔଷଧ, ମାସ୍କ, ସାନିଟାଇଜର, ପଶୁ ଖାଦ୍ୟ ଆଦି ବଂଟନ କରିଛନ୍ତି ।

ପ୍ରତି ଗ୍ରାମରେ ଯେପରି କେହି ବି ଭୋକିଲା ନରହିବେ ସେଥିପ୍ରତି ଧ୍ୟାନ ଦେବା ପାଇଁ ପ୍ରତ୍ୟେକ କାର୍ଯ୍ୟକର୍ତାଙ୍କୁ ଦାୟୀତ୍ୱ ଦିଆଯାଇଛି । ପ୍ରତ୍ୟେକ କାର୍ଯ୍ୟକର୍ତା ନିଜ ଘର ପାଖରେ ଅନ୍ୟୁନ ୬ ଜଣ ଭୋକିଲା ଲୋକଙ୍କୁ ଖାଦ୍ୟ ଯୋଗାଇବେ । ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ଏବଂ ବରିଷ୍ଠ ନେତୃବୃନ୍ଦଙ୍କ ନିର୍ଦ୍ଦେଶାନୁଯାୟୀ କାର୍ଯ୍ୟକର୍ତାମାନେ ମନପ୍ରାଣ ଦେଇ ରିଲିଫ କାର୍ଯ୍ୟରେ ନିୟୋଜିତ
ହୋଇଛନ୍ତି । ଏଭଳି ସଙ୍କଟ ସମୟରେ ଘରୁ ନବାହାରିବା, ସାମାଜିକ ଦୂରତା ବଜାୟ ରଖିବା, ମାସ୍କ ପରିଧାନ କରିବା ପାଇଁ କାର୍ଯ୍ୟକର୍ତାମାନେ ସାଧାରଣଲୋକଙ୍କୁ ସଚେତନ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଆହ୍ୱାନକ୍ରମେ ମହିଳାମୋର୍ଚ୍ଚାର ସମସ୍ତ ମା’ ଓ ଭଉଣୀମାନେ ନିଜ ଘରେ ହାତ ତିଆରି ମାସ୍କ ପ୍ରସ୍ତୁତ କରୁଛନ୍ତି । ଏହା ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିବାରରୁ ଆରମ୍ଭ କରି ଜିଲ୍ଲା ଏବଂ ମଣ୍ଡଳସ୍ତରରେ କାର୍ଯ୍ୟକର୍ତାମାନେ ମାସ୍କ ତିଆରି କାର୍ଯ୍ୟରେ ନିଜକୁ ନିୟୋଜିତ କରିଛନ୍ତି । ଏହା ସହ କରୋନା ମୁକାବିଲା ପାଇଁ ପିଏମ କେୟାର୍ସ ଫାଣ୍ଠିକୁ କିପରି ଅଧିକରୁ ଅଧିକ ବଦାନ୍ୟ ବ୍ୟକ୍ତିଙ୍କୁ ଯୋଡିବା ଏବଂ ନିଜ ସାମର୍ଥ୍ୟ ଅନୁଯାୟୀ ସାହାଯ୍ୟ କରିବାକୁ ବିଜେପି ନେତୃବୃନ୍ଦ ନିବେଦନ କରିଛନ୍ତି । କରୋନାକୁ ମୁକାବିଲା କରିବା ପାଇଁ ସାରା ଦେଶ ଏକାଠୀ ହୋଇଛି । ଏହି ସଂକ୍ରମଣକୁ ରୋକିବା ପାଇଁ ସବୁ ସ୍ତରରେ ବିଭିନ୍ନ ପ୍ରୟାସ ଅବ୍ୟାହତ ରହିଛି । ଆଗାମୀ ଦିନରେ ଏହି କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରାଯିବ ବୋଲି ରାଜ୍ୟ ମୁଖପାତ୍ର ତଥା ‘ଫିଡ୍‌ ଦି ନିଡି – ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା’ର ରାଜ୍ୟ ସଂଯୋଜକ ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି ।