ବ୍ୟର୍ଥ ଯିବନି ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଏ ବଳିଦାନ :ସମୀର ମହାନ୍ତି

ସ୍ୱର୍ଗତଃ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୬୭ ତମ ପୁଣ୍ୟ ତିଥି ପାଳନ

ଭୁବନେଶ୍ୱର: ଆଜି ସ୍ୱର୍ଗତଃ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୬୭ତମ ପୂଣ୍ୟତିଥୀ । ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିଜେପି ନେତୃବୃନ୍ଦ ସତ୍‌ସଙ୍ଗ ବିହାରସ୍ଥିତ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ତାଙ୍କ ପ୍ରତିମୂର୍ତୀରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତି ଚାରଣ କରିବା ସହ ତାଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି କହିଛନ୍ତି ।

bjp news

ସ୍ୱର୍ଗତଃ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ହେଉଛନ୍ତି ବିଜେପି ବିଚାରଧାରା ଏବଂ ରାଜନୈତିକ ଆନ୍ଦୋଳନର ପ୍ରଣେତା । ସ୍ୱର୍ଗତଃ ମୁଖାର୍ଜୀଙ୍କ ନେତୃତ୍ୱରେ ‘ଭାରତୀୟ ଜନସଂଘ’ ପ୍ରତିଷ୍ଠା ହୋଇଥିଲା ଯାହା ପରବର୍ତୀ ଅବସ୍ଥାରେ ‘ଭାରତୀୟ ଜନତା ପାର୍ଟି’ ଭଳି ବଡ ବଟ ବୃକ୍ଷ ଭାବେ ରୂପ ନେଇଛି । ତାଙ୍କ ବିଚାରଧାରାକୁ ନେଇ ଆଜି ବିଜେପି ଦେଶବାସୀଙ୍କ ସେବା କରୁଛି ।

ସ୍ୱର୍ଗତଃ ମୁଖାର୍ଜୀ ଜଣେ ଦୂରଦ୍ରଷ୍ଟା ଥିଲେ । ଦେଶର ବିକାଶ, ଅର୍ଥନୀତିର ବିକାଶ, ସମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷାନୀତି କିଭଳି ହେବ ସେନେଇ ସେ ସର୍ବଦା କାର୍ଯ୍ୟକରୁଥିଲେ । ସେ କହୁଥିଲେ ‘ଏକ ଦେଶମେଁ ଦୋ ବିଧାନ, ଦୋ ପ୍ରଧାନ, ୱର ଦୋ ନିଶାନ ନହିଁ ଚଲେଙ୍ଗେ ନହି ଚଲେଙ୍ଗେ ।’ ତାଙ୍କ ସ୍ୱପ୍ନ ପୂରଣ ହୋଇଛି । ଅଗଷ୍ଟ ୫, ୨୦୧୯ରେ କାଶ୍ମିରୀରେ ଧାରା ୩୭୦ ଓ ୩୫ ଏ ଉଚ୍ଛେଦ ପରେ କାଶ୍ମିରୀ ଭାରତର ଅଭିନ୍ନ ଅଙ୍ଗ ଭାବେ ପରିଗଣିତ ହୋଇଛି । ସ୍ୱର୍ଗତଃ ମୁଖାର୍ଜୀଙ୍କ ବଳିଦାନ କେବେ ବି ବ୍ୟର୍ଥଯିବନି ବୋଲି ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି ।

bjp news

ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ସଙ୍ଗଠନ ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ମୁଖପାତ୍ର ସୁଦୀପ୍ତ ରାୟ, ଦିଲୀପ ମହାନ୍ତି, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଜଗନ୍ନାଥ ପ୍ରଧାନଙ୍କ ସମେତ ଦଳୀୟ କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ଥିଲେ ।