ବିଏମ୍‌ସି କାର୍ଯ୍ୟାଳୟ ଭିତରକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର : କରେନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି କାର୍ଯ୍ୟାଳୟ ଭିତରକୁ ସାଧାରଣ ଜନତାଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ରାଜଧାନୀରେ ସଂକ୍ରମଣର ମାତ୍ରା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏପରି ପଦକ୍ଷେପ ନିଆଯାଇଛି ।ଏଥିସହ ଆଜିଠାରୁ ରାଜଡଧାନୀରେ କଡ଼ାକଡ଼ି ହେବ ଏନ୍‌ଫୋର୍ସମେଣ୍ଟ । ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯିବ । ଅମାନିଆ ଲୋକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମସି କମିଶନର ପ୍ରେମ କୁମାର ଚୌଧୁରୀ କହିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ମୋଟ ୩୧୪ ଟି ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୧୭୪ ଜଣ ସୁସ୍ଥ ହୋଇଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୩୫ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।