ତପ୍ତପାଣି ଘାଟିରେ ଦୁର୍ଘଟଣା ଘଟଣା; ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଜପତି ଜିଲ୍ଲା ତପ୍ତପାଣି ଘାଟିରେ ହୋଇଥିବା ବସ୍ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ରାୟଗଡ଼ାର କାଶୀପୁରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ ‘ମାରୁତି’ ରାତି ପ୍ରାୟ ୩ଟା ବେଳେ ମୋହନା ବ୍ଲକ୍‌ ଅନ୍ତର୍ଗତ ତପ୍ତପାଣି ଘାଟିରେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ପ୍ରବଳ କୁହୁଡ଼ି ଯୋଗୁଁ ରାସ୍ତା ଅସ୍ପଷ୍ଟ ହୋଇଯାଇଥିବା କାରଣରୁ ବସ୍‌ଟି ଘାଟିରୁ ତଳକୁ ଖସି ପଡ଼ିଥିବା କଥା କୁହାଯାଉଛି। ଏହି ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି ।

ତେବେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ଵିତ ପାଇଁ ଗଞ୍ଜାମ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୪୦ ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଦିଗପହଣ୍ଡି ଏବଂ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତି  କରାଯାଇଛି। ସେମାନଙ୍କ ଚିକିତ୍ସା ଜାରି ରହିଛି।