୨୦ରେ କର୍ଣ୍ଣାଟକ କ୍ୟାବିନେଟର ସଂପ୍ରସାରଣ!

ନୂଆଦିଲ୍ଲୀ:କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବି ଏସ ୟେଦୁରପ୍ପା ତାଙ୍କ ମନ୍ତ୍ରିମଣ୍ଡଳର ସଂପ୍ରସାରଣ ଆଗାମୀ ୨୦ ତାରିଖରେ କରିବେ ବୋଲି ଜଣାଯାଇଛି। ଏନେଇ ସେ ଗତକାଲି ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ। କର୍ଣ୍ଣାଟକରେ ନିକଟରେ ଆସିଥିବା ବନ୍ୟା ସଂପର୍କିତ କ୍ଷୟକ୍ଷତି...

ନୂଆଦିଲ୍ଲୀ:କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବି ଏସ ୟେଦୁରପ୍ପା ତାଙ୍କ ମନ୍ତ୍ରିମଣ୍ଡଳର ସଂପ୍ରସାରଣ ଆଗାମୀ ୨୦ ତାରିଖରେ କରିବେ ବୋଲି ଜଣାଯାଇଛି। ଏନେଇ ସେ ଗତକାଲି ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ। କର୍ଣ୍ଣାଟକରେ ନିକଟରେ ଆସିଥିବା ବନ୍ୟା ସଂପର୍କିତ କ୍ଷୟକ୍ଷତି ଓ ରାଜ୍ୟ କ୍ୟାବିନେଟର ସଂପ୍ରସାରଣ ନେଇ ଆଲୋଚନା ହୋଇଥିବା କୁହାଯାଉଛି। କେଉଁମାନଙ୍କୁ ମନ୍ତ୍ରୀ କରାଯିବ ତାର ରୂପରେଖ ବି ପ୍ରସ୍ତୁତ ହୋଇଛି।

ବି ଏସ ୟେଦୁରପ୍ପା ଙ୍କର ଏହି ମନ୍ତ୍ରିମଣ୍ଡଳରେ ୧୬ଜଣଙ୍କୁ ସାମିଲ କରାଯିବ ବୋଲି ସୂଚନା ମିଳିଛି। ଆଉ କେତେକ କଂଗ୍ରେସ ଏବଂ ଜେଡିଏସ ବିଦ୍ରୋହୀଙ୍କୁ ବି ଏଥିରେ ସ୍ଥାନ ମିଳିବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ ବି ଏସ ୟେଦୁରପ୍ପା ଗତ ଜୁଲାଇ ୨୬ ତାରିଖରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଥିଲେ ।ସେହି ଦିନଠାରୁ କର୍ଣ୍ଣାଟକର କ୍ୟାବିନେଟର ସଂପ୍ରସାରଣ କେବେ ହେବ ତାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା।ଆହୁରି ମଧ୍ୟ ଚର୍ଚ୍ଚା ହେଉଛି ଏଥର ମନ୍ତ୍ରିମଣ୍ଡଳରେ କିଛି ନୂଆ ମୁହଁଙ୍କୁ ସ୍ଥାନ ମିଳିବ।

Spread the love
Categories
ପଲିଟିକ୍ସ

RELATED BY

  • ସଞ୍ଜୟ ଜାୟସୱାଲଙ୍କୁ ବିହାର ଏବଂ ସତିଶ ପୁନିଆଙ୍କୁ ରାଜସ୍ଥାନ ଦାୟିତ୍ୱ ଦେଲା ବିଜେପି

    ନୂଆଦିଲ୍ଲୀ:ଭାରତୀୟ ଜନତା ପାର୍ଟି ଦୁଇଟି ବଡ ରାଜ୍ୟ ପାଇଁ ନିଜର ଅଧ୍ୟକ୍ଷଙ୍କ ନାଁ ଘୋଷଣା କରିଛି । ପାର୍ଟି ରାଜସ୍ଥାନର ଦାୟିତ୍ୱ ସତିଶ ପୁନିଆଙ୍କୁ ଦେଇଥିବା ବେଳେ ବିହାରର ଦାୟିତ୍ୱ ସଞ୍ଜୟ ଜାୟସୱାଲଙ୍କୁ ଦେଇଛି । ସୂଚନାଯୋଗ୍ୟ ଯେ ବିହାର...
  • ବିଜେପିର ସେବା ସପ୍ତାହ ଆରମ୍ଭ

    ଭୁବନେଶ୍ୱର:ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସେବା ସପ୍ତାହ ଆଜି ଉଦଘାଟିତ ହୋଇଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବିଜେପି ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ।  ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ...
  • ଅକ୍ଟୋବରରେ ବିଜେପୁର ଉପନିର୍ବାଚନ!

    ନୂଆଦିଲ୍ଲୀ: ଅକ୍ଟୋବର ମାସରେ ଓଡ଼ିଶାର ବିଜେପୁର ସମେତ ଉତ୍ତରପ୍ରଦେଶର ୧୨ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହୋଇପାରେ। ଏନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଚାରବିମର୍ଶ ଜାରି ରହିଥିବା ସୂତ୍ରରୁ ଜଣାପଡ଼ିଛି। ଖୁବ୍ ଶୀଘ୍ର ଉପନିର୍ବାଚନ ପାଇଁ ତାରିଖ ଘୋଷଣା...
  • କଂଗ୍ରେସ ଛାଡ଼ିଲେ ବଲିଉଡ ଅଭିନେତ୍ରୀ ଉର୍ମିଳା

    ମୁମ୍ୱାଇ: ମାତ୍ର ୫ ମାସ ପାଇଁ କଂଗ୍ରେସରେ ରହି ନିରାଶ ହୋଇଗଲେ ବଲିଉଡ ଅଭିନେତ୍ରୀ ତଥା ଉତ୍ତର ମୁମ୍ୱାଇ ଲୋକସଭା ଆସନର କଂଗ୍ରେସ ପ୍ରାର୍ଥୀ ଉର୍ମିଳା ମାତୋଣ୍ଡେକର। ଆଜି ସେ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇସ୍ତଫା ବାବଦରେ କହିଛନ୍ତି।...