ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର:ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇ ଅନୁମୋଦନ ମିଳିପାରେ ବୋଲି ଅନୁମାନ କରାଯାଉଛି । 

ଲୋକସଭା ଭବନରେ ଆଜି ଦିନ ୧୨ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏହି ବୈଠକରେ ଅନ୍ୟାନ୍ୟ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଚାୟତିରାଜ ବିଭାଗର ପାଇପ ଯୋଗେ ପାନୀୟ ଜଳ , ଶିକ୍ଷା, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଭଳି କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଅନୁମୋଦନ ମିଳିପାରେ ।