କରୋନା ସମୟରେ ପ୍ରଧାନମନ୍ତ୍ରୀଙ୍କ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତି ସ୍ୱାଗତଯୋଗ୍ୟ – ଧର୍ମେନ୍ଦ୍ର ପ୍ରଧାନ

ସିବିଏସଇ ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : କୋଭିଡ୍‌-୧୯ ସମୟରେ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତି ସ୍ୱାଗତଯୋଗ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲା ମାନଙ୍କର ସ୍ୱାସ୍ଥ୍ୟ, ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହି ସମ୍ବେଦନଶୀଳ ନିଷ୍ପତି ନେଇଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

cbse exam canceled due to covid-19

 

 ଏହି ନିଷ୍ପତି ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀ ଏବଂ ଅଭିଭାବକ ମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି

ଶ୍ରୀ ପ୍ରଧାନ କହିଛନ୍ତି ଯେ ସମସ୍ତ ଦିଗକୁ ବିଚାରକୁ ନେଇ ପ୍ରଧାନମନ୍ତ୍ରୀ ସିବିଏସଇ ପରୀକ୍ଷାକୁ ବାତିଲ କରାଯିବା ସମୟୋପଯୋଗୀ ପଦକ୍ଷେପ । ସମଗ୍ର ଭାରତବର୍ଷରେ କରୋନାର ତୃତୀୟ ଲହରକୁ ନେଇ ପିଲା ଏବଂ ଅଭିଭାବକମାନେ ଭୟ ଓ ଆଶଙ୍କାରେ ରହିଥିଲେ । ଏଭଳି ଦ୍ୱନ୍ଦାତ୍ମକ ପରିସ୍ଥିତିରେ ପିଲାମାନେ ପରୀକ୍ଷା ଦେଇଥିଲେ ମାନସିକ ଚାପରେ ରହିଥାନ୍ତେ । ଏଥିପାଇଁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ଶିକ୍ଷା ମନ୍ତ୍ରୀ ଏବଂ ବିଶେଷଜ୍ଞଙ୍କ ସହିତ ବିଚାରବିମର୍ଷ କରି ଏହି ନିଷ୍ପତି ନେଇଛନ୍ତି । ଏହି ନିଷ୍ପତି ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀ ଏବଂ ଅଭିଭାବକ ମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି ।
ଉଲ୍ଲେଖନୀୟ ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଏ ନେଇ ବସିଥିବା ଭର୍ଚ୍ଚୁଆଲ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର , ରେଳ ମନ୍ତ୍ରୀ ପିୟୂଷ ଗୋଏଲ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମହିଳା ଏବଂ
ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ପ୍ରମୁଖ ଉପସ୍ଥିତ ରହିଥିଲେ ।