ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ଵିଟରେ କହିଛନ୍ତି, “ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ।

ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସ ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ବିକଶିତ ଓଡ଼ିଶା ଗଢ଼ିବା ଦିଗରେ ଆଗକୁବଢିବା “

ସେହିଭଳି ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ l ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି l ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛିl