ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଭାବପୂର୍ଣ୍ଣ କଣ୍ଠରେ ଗାଇଥିବା ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ।

ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ନବୀନ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ହେବ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ସମ୍ପନ କରାଯିବ ।