ଓଡ଼ିଶାବାସୀଙ୍କୁ ଉତ୍କଳର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ଏନେଇ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସର ଶୁଭେଚ୍ଛା ଓଡ଼ିଶାବାସୀଙ୍କୁ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟରରେ ଲେଖିଛନ୍ତି ଯେ; ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।


ସେହିଭଳି ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି।