ଅଭିନେତା ଅଟଳ ବିହାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଶଲାବୁଢ଼ା, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।