ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ରଜ ଉପଲକ୍ଷେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି।

ସେ ଟୁଇଟ୍‌ କରିଛନ୍ତି: ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।