କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶପାଇବା ପରେ ଟ୍ଵିଟର୍ରେ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ତାଙ୍କ ଅଫିସିଆଲ୍ ଟ୍ଵିଟର୍ ଆକାଉଣ୍ଟ୍ରେ ଲେଖିଛନ୍ତି ‘ଦଶମ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।’ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟାରେ ଗଣଶିକ୍ଷା ବିଭାଗ କମିସନର ପ୍ରଦୀପ ମହାପାତ୍ର ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହି ସମୟ.ରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ ,ବୋର୍ଡ ସଭାପତି ଡକ୍ଟର ଜାହାନ୍ ଆରା ବେଗମ୍ ଉପସ୍ଥିତ ଅଛନ୍ତି। ଏ ବର୍ଷ ପାସ୍ ହାର ୭୦.୭୮ % ଥିବା ଜଣାଯାଇଛି।