ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ
ରାଷ୍ଟ୍ରୀୟ ସମ୍ମାନ ସହ ହେବ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ
ଭୁବନେଶ୍ୱର: ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ପ୍ରକାଶଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ସ୍ୱର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରିବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।
Deeply saddened to know about the demise of philanthropist Padma Shri D Prakash Rao. The Good Samaritan will always be remembered for his dedication to uplift the lives of children through education. My thoughts & prayers with the bereaved family members. RIP
— Naveen Patnaik (@Naveen_Odisha) January 13, 2021
ରାଷ୍ଟ୍ରୀୟ ସମ୍ମାନ ସହ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କର ଶେଷକୃତ୍ୟ ସଂପନ୍ନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଆସନ୍ତାକାଲି କଟକସ୍ଥିତ କାଳିଆବୋଦା ଶ୍ମଶାନରେ ସ୍ବର୍ଗତଃ ଶ୍ରୀ ରାଓଙ୍କ ପାର୍ଥିବ ଶରୀର ଅନ୍ତିମ ସଂସ୍କାର କରାଯିବ।
cm naveen patnaik express grief at death of padma shri d prakash rao