କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ

ସମସ୍ତ ରାଜ୍ୟକୁ ଅକ୍ସିଜେନ ଯୋଗାଇବା ନେଇ ନବୀନଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର : ଦେଶରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ । ମୁଖ୍ୟମନ୍ତ୍ରୀ ମଧ୍ୟହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଯେଉଁଭଳି ଭାବରେ ଅନେକ ରାଜ୍ୟରେ କୋଭିଡର ଭୟାବହ ସ୍ଥିତି ସୃଷ୍ଟି ହୋଇଛି । ଅକ୍ସିଜେନର ଅଭାବ ପରିଲିଖିତ ହେଉଅଛି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଥିବା ନେଇ ସୂଚନା ମିଳିଛି ।

ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟକୁ ଅକ୍ସିଜେନ ଯୋଗାଇବା ନେଇ ପ୍ରତିଶ୍ରୁତି ଦେଇଛନ୍ତି । ଅନେକ ରାଜ୍ୟରେ ଯେଉଁଭଳି ଅକ୍ସିଜେନ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ତାହାକୁ ଗମ୍ଭୀରତାର ସହ ନେଇଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ । କୋଭିଡ ମହାମାରୀରେ ଓଡିଶା ସମଗ୍ର ଦେଶକୁ ସାହାଯ୍ୟ କରିବ । ଅକ୍ସିଜେନ ଉତ୍ପାଦନ ବୃଦ୍ଧି ନେଇ ମଧ୍ୟ ସମସ୍ତ ରାଜ୍ୟକୁ ଓଡିଶା ସହଯୋଗ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେପଟେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ ଅମ୍ଲଜାନ ଯୋଗାଣରେ ଦିଲ୍ଲୀକୁ ସହଯୋଗ କରିବ । କୋଭିଡ ମୁକାବିଲା ପାଇଁ ଆବଶ୍ୟକୀୟ ସମସ୍ତ ସହାୟତା ମଧ୍ୟ ପ୍ରଦାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ସହାୟତା ଏବଂ ସହଯୋଗକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।

cm naveen patnaik speaks to pm modi over phone on covid situation