ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ। ମୁଖ୍ୟମନ୍ତ୍ରୀ ଓଡ଼ିଆ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭିଡିଓ ପୋଷ୍ଟ୍ କରିଛନ୍ତି।