ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କର ଚଳିତବର୍ଷର ପରୀକ୍ଷା ଆରମ୍ଭ ହୋଇଛି । ଯେଉଁଥିରେ ରାଜ୍ୟରେ ମୋଟ ୩ଲକ୍ଷ ୫୦ହଜାର ୮ଶହ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଥିବାବେଳେ ମୋଟ ୧୧୪୩ଟି ସେଂଟରରେ ଏହି ପରୀକ୍ଷା ଚାଲିଛି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ତେବେ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଦେଉଥିବା ଶିକ୍ଷାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଶିକ୍ଷାର୍ଥୀମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ ସହ ସଫଳତା କାମନା କରୁଛି।
Best wishes to students appearing Plus II exams of CHSE, Odisha. May you all be successful & pass with flying colours pic.twitter.com/mcp1tJjQgE— Naveen Patnaik (@Naveen_Odisha) March 3, 2020
ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଦେଉଥିବା ଶିକ୍ଷାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଶିକ୍ଷାର୍ଥୀମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ ସହ ସଫଳତା କାମନା କରୁଛି।
ପରୀକ୍ଷାରେ ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଏବଂ କପି ରୋକିବା ପାଇଁ ୧୧୪୩ଟି ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି । ୨୦୨ଟି ହବରେ ପରୀକ୍ଷା ପ୍ରଶ୍ନପତ୍ର ରଖିବାର ବ୍ୟବସ୍ଥା ହୋଇଛି | ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା, ବିତରଣ ଏବଂ ଭାଇରାଲ ହେବାରୁ ରୋକିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ପରୀକ୍ଷାର୍ଥୀଙ୍କ ସମେତ ପରୀକ୍ଷା ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କ ଫୋନ ବ୍ୟବହାର ଉପରେ ରୋକ ଲଗାଯାଇଛି।