ଗୁରୁ ଦିବସ: ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ସମସ୍ତ ଗୁରୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି ଯେ, ସୁସ୍ଥ ସମାଜ ଓ ଛାତ୍ରର ଉଜ୍ଜଳ ଭବିଷ୍ୟତ ଗଠନ କରିବାରେ ଗୁରୁଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଏହି ପବିତ୍ର ଗୁରୁ ଦିବସ ଅବସରରେ ସମସ୍ତ ଶିକ୍ଷକ ଓ ଶିକ୍ଷାବିତ୍, ଫିଲୋସଫର ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ସ୍ୟାଲୁଟ୍ କରୁଛି ।

ଆଜି ପବିତ୍ର ଗୁରୁ ଦିବସ । ଗୁରୁଙ୍କୁ ପୂଜା କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାର ଏକ ପବିତ୍ର ଦିନଟିଏ । ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ବରୂପ ଏହି ଦିବସ ପାଳିତ ହୋଇଆସୁଛି । ଆଜିର ଏହି ପବିତ୍ର ଦିନରେ ସାରା ଦେଶ ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ ସ୍ମରଣ କରୁଛି । ତାଙ୍କ ଉଦ୍ଦେଶ୍ୟରେ ସବୁଠି ପାଳନ ହେଉଛି ଗୁରୁ ଦିବସ ।