ଭାରତୀୟ ବାୟୁ ସେନାକୁ ସାଲ୍ୟୁଟ୍‌ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତୀୟ ବାୟୁ ସେନା ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ଅହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ୍‌ ଷ୍ଟ୍ରାଇକ୍‌କୁ ସାରା ଦେଶ ପ୍ରଶଂସା କରୁଛି। ବାୟୁ ସେନାର ଏପରି ସାହସିକତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍‌ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିଜ ଟୁଇଟର୍‌ ଆକାଉଣ୍ଟ୍‌ରେ ଲେଖିଛନ୍ତି ‘ଆମ ରାଷ୍ଟ୍ରର ପ୍ରତିରକ୍ଷା ଲାଗି ଆଜି ଭୋରରୁ ଆତଙ୍କବାଦୀଙ୍କ ଶିବିର ଉପରେ ଆକ୍ରମଣ କରିଥିବାରୁ ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍‌।’