ସମ୍ବଲପୁରୀ ଭାଷାରେ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା । ଚଳିତ ବର୍ଷ କରୋନା କଟକଣା ପାଇଁ ଫିକା ପଡିଛି । ଅତ୍ୟନ୍ତ ନିରାଡମ୍ବର ସହ ପାଳନ କରାଯାଉଛି । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟ ମାଧ୍ୟମରେ ସମ୍ବଲପୁରୀ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍।