ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ; ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଗଭର୍ଣ୍ଣର ହାଉସ ନିକଟସ୍ଥ ପେଟ୍ରୋଲ ପମ୍ପରେ ନିଆଁ ଲାଗି ବୁଧବାର ଦିନ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିବା ବେଳେ ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରିକି ୨ ଗୁରୁତର ଆହତଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


ଏଭଳି ସମୟରେ ଆହତଙ୍କ ମାଗଣା ଚିକିତ୍ସା ଘୋଷଣା ସହ ସେମାନଙ୍କର ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଛଡ଼ା ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।