ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ହସ୍ପିଟାଲରେ ଭର୍ତ୍ତି ହେବା ଖବର ଜାଣି ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଲମ୍ବା ଜୀବନ ପାଇଁ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।