ମମତାଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର: ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡ଼ିଛି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫାନଜନିତ ସଙ୍କଟ ସମୟରେ ପଶ୍ଚିମବଙ୍ଗର ଲୋକଙ୍କ ସହ ଓଡ଼ିଶାର ସମବେଦନା ରହିଛି ବୋଲି କହିଛନ୍ତି।

ଅମ୍ଫାନ୍ ଯୋଗୁ ପଶ୍ଚିମବଙ୍ଗର କ୍ଷତିର ପରିମାଣ ବିଷୟରେ ପଚାରି ବୁଝିଥିଲେ ନବୀନ ପଟ୍ଟନାୟକ । ଏହି ସଂକଟଜନକ ପରିସ୍ଥିତିକୁ ଦୂର କରିବା ପାଇଁ  ଲୋକବଳ ଏବଂ ସାମଗ୍ରୀ ଦୃଷ୍ଟିରୁ ପଶ୍ଚିମବଙ୍ଗକୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ଯୋଗାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।