ବିଧାନସଭାରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବ ଉତ୍କଳର ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୪ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଓଡିଶା ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତି ରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ତାଙ୍କ ସହ ବାଚସ୍ପତି ଶ୍ରୀଯୁକ୍ତ ସୂର‌୍ୟ୍ୟନାରାୟଣ ପାତ୍ର ଓ ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ବିଜୁ ପଟ୍ଟନାୟକଙ୍କ ସହ କାର‌୍ୟ୍ୟ କରିଥିବା ବର୍ତମାନର ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ତାଙ୍କୁ ଜଣେ ରାଷ୍ଟ୍ର ପୁରୁଷ କହିବା ସହ ତାଙ୍କ ସରକାର ବିଜୁ ବାବୁଙ୍କ ଚିନ୍ତାଧାରାକୁ କାର‌୍ୟ୍ୟରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରଖିଥିବା କହିଛନ୍ତି ।