ଗଞ୍ଜାମ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ ତିନିଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଂଚିଛି। ଏନେଇ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଜିଲ୍ଲାର କେଉଁ ସ୍ଥାନରୁ ଏହି ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।