ବିଦେଶରୁ ଆସୁଥିବା ବ୍ୟକ୍ତିମାନଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ

୧୫ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା ଉଲ୍ଲଂଘନକାରୀ ଦଣ୍ଡିତ ହେବେ

ଭୁବନେଶ୍ୱର: ଅସାଧାରଣ ପରିସ୍ଥିତିରେ ଅସାଧାରଣ ପଦକ୍ଷେପ ଜରୁରୀ ଅଟେ । ଓଡ଼ିଶାବାସୀଙ୍କ ଜୀବନକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ସବୁପ୍ରକାର ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ଅଛନ୍ତି ।

ରାଜ୍ୟରେ COVID-19ର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ବର୍ତମାନ ପରିସ୍ଥିତିରେ ବିଦେଶରୁ ଓଡ଼ିଶାକୁ ଆସୁଥିବା ବ୍ୟକ୍ତିମାନେ ହିଁ ସଂକ୍ରମଣର ପ୍ରମୁଖ କାରଣ ଅଟନ୍ତି । କୋରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ ସାରା ବିଶ୍ୱର ବିଭିନ୍ନ ଦେଶରେ ସ୍କୁଲ କଲେଜ ବନ୍ଦ ହେବା ସହିତ ଘରେ ହି ଅଫିସ କାର୍ଯ୍ୟ ସଂପାଦନ କରିବା ପାଇଁ କାର୍ଯ୍ୟରତ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ବିଦେଶରୁ ବହୁ ସଂଖ୍ୟାରେ ଲୋକ ଓଡ଼ିଶାକୁ ଫେରି ଆସିବାର ସମ୍ଭାବନା ରହିଛି ।