ଭଦ୍ରକ ସାଂସଦ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।


ସାଂସଦ ମଣ୍ଡଳ ଟ୍ୱିଟ୍ କରି କହିଛନ୍ତି ଯେ କରୋନା ଲକ୍ଷଣ ଦେଖାଯିବା ପରେ ସେ ପରୀକ୍ଷା କରାଇଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଛି। ତାଙ୍କ ସ୍ୱାସ୍ଥ୍ୟ ଭଲ ଓ ସ୍ଥିର ଅଛି। ସେ ହୋମ୍ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

ଏହି ସହିତ ଯେଉଁମାନେ ଗତ କିଛି ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ଏକାନ୍ତବାସରେ ରହିବାକୁ ଓ ପରୀକ୍ଷା କରାଇ ନେବାକୁ ସାଂସଦ ମଞ୍ଜୁଲତା ମଣ୍ଡଳ ଅନୁରୋଧ କରିଛନ୍ତି।