ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୭୩୭ ପହଂଚିଛି

ଭୁବନେଶ୍ୱର: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତିି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଂଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ସକାଳେ ୮ଟି ଜିଲ୍ଲାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଯାଜପୁରରୁ ୩୧, ଗଞ୍ଜାମରୁ ୧୩, କଟକରୁ ୬, କେନ୍ଦ୍ରାପଡ଼ାରେ ୪ଜଣ, ପୁରୀରୁ ୪, ଖୋର୍ଦ୍ଧାରୁ ୩ଜଣ, ମୟୁରଭଞ୍ଜରୁ ୨ ଓ ନୟାଗଡ଼ରୁ ୨ଜଣ ଚିହ୍ନଟ ହୋଇଛନ୍ତି ।