ନୂଆଦିଲ୍ଲୀ: ଦେଶରେ ଲକ୍ ଡାଉନ୍ ସତ୍ୱେ କାୟା ବିସ୍ତାର କରୁଛି କରୋନା ଭାଇରସ। ଦେଶରେ କରୋନା ସ୍ଥିତି ଧିରେ ଧିରେ ଅନିୟନ୍ତ୍ରିତ ହେବାରେ ଲାଗିଛି । ୨୪ ଘଂଟାରେ ଦେଶରେ ୧୦୦୭ ନୂଆ କରୋନା ମାମଲା ସାମନାକୁ ଆସିଛି । ୨୩ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ଏବେ ଦେଶରେ ୧୩ ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢିବାରେ ଲାଗିଛି। ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଅନରୂପ ଭାବେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୩ ହଜାର ୩୮୭ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୪୩୭ ଜଣଙ୍କ ମୃତ୍ୟୁ ଘଟିଛି ।
କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଏବେ ସଙ୍କଟରେ ପଡ଼ିଛି । ବିଶ୍ୱର ପ୍ରାୟ ୨୧୦ରୁ ଅଧିକ ଦେଶକୁ ବ୍ୟାପିଥିବା ଏହି ମହାମାରୀ କରୋନା ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । କରୋନା ସଂକ୍ରମଣ ରୋକିବାକୁ ମାର୍ଚ୍ଚ ୨୪ ରୁ ସମ୍ପୂର୍ଣ୍ଣ ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ କରାଯାଇଥିଲା । ପୁଣି ଏହାକୁ ମେ ୩ଯାଏଁ ବୃଦ୍ଧି କରାଯାଇଛି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୧୩୩୮୭ ଓ ୪୩୭ରେ ପହଂଚିଛି ମୃତ୍ୟୁ ସଂଖ୍ୟା। ୧୭୪୯ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୦୧ ସକ୍ରିୟ ।ଏବେ ୧୧ ହଜାର ୨୦୧ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।