ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୪୦କୁ ଛୁଇଁଲା

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଗତ ମାସ ୨୪ ତାରିଖରେ ଦୁବାଇରୁ ଫେରିଥିବା କେନ୍ଦ୍ରାପଡ଼ାର ଜଣେ ୩୨ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରନା ସଂକ୍ରମିତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି ।