ଆଉ ୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୨୮କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ୩ଜଣ ଯାଜପୁର ଜିଲ୍ଲା ଦଶରଥପୁର ଅଂଚଳର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଂଚିଛି ।