ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି । ଏହାକୁ ମିଶାଇ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଂଚିଛି ।