ଆଉ ଦୁଇ ଜଣ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର : ରାଜ୍ୟ ପାଇଁ ଆଶ୍ୱସ୍ତି । ଆଉ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୨ଜଣ ରାଉରକେଲା ଅଂଚଳର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।