ରାଜ୍ୟରେ କରୋନାରେ ୪ଜଣଙ୍କର ମୃତ୍ୟୁ ହୋଇଛି

ସ୍ପଷ୍ଟ କଲା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର: ଆଜି ସକାଳେ ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା। ହେଲେ ଏବେ ତ୍ରୁଟି ସୁଧାରି ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ନେଗେଟିଭ୍ ଥିଲା । ଏଣୁ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ନୁହେଁ, ବରଂ ୪ ବୋଲି କୁହାଯାଇଛି । ଅନ୍ୟ ପଟେ ଆଜି ରାଜ୍ୟରେ ରବିବାର ୯୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।