ଜଣେ ସୁସ୍ଥ, ଆଉ ୫ କରୋନା ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୯୯

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନେ ହେଲେ ଯାଜପୁର ଜିଲ୍ଲାର । ଏ ନେଇ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ ।

ନୂଆ ୫ କରୋନା ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟ।। ୧୭ରେ ପହଂଚିଛି । ତେବେ ଏହି ନୂତନ କରୋନା ଚିହ୍ନଟ ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହେଲା । ଅନ୍ୟପଟେ ଆଜି ସୁନ୍ଦରଗଡର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି । ଯେ କି ସୁନ୍ଦରଗଡ ଜିଲ୍ଲା ବିଶ୍ରା ବ୍ଲକ ଅନ୍ତର୍ଗତ ଗୁଡଗୁଡଯୋର । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ ଯୋଗେ ସୂଚନା ଦେଇଛନ୍ତି ।