ରାଜ୍ୟରେ ନମୁନା ପରୀକ୍ଷା ସଂଖ୍ୟା ୫୦ ହଜାର ଟପିଲା

ଭୁବନେଶ୍ୱର: ଗତ ୨୪ ଘଂଟା ଭିତରେ ରାଜ୍ୟରେ ନମୁନା ପରୀକ୍ଷା ସଂଖ୍ୟା ୫୦ହଜାର ଟପିଥିବା ଜଣାଯାଇଛି। ଗତକାଲି ଦିନକରେ ୩୦୬୦ ନମୁନା ପରୀକ୍ଷା ହୋଇଥିଲା । ଏହାଫଳରେ ରାଜ୍ୟରେ ବର୍ତମାନ ସୁଦ୍ଧା ୫୦ହଜାର ୫୧୪ ନମୁନା ପରୀକ୍ଷା କରାଯାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

covid sample test 50 thousand 24hrs

ସୂଚନାଯୋଗ୍ୟ, ଗତକାଲି ସୁଦ୍ଧା ରାଜ୍ୟରେ ୪୭୪୫୪ କୋଭିଡ ନମୁନା ପରୀକ୍ଷା ହୋଇଥିଲା। କରୋନା ସନ୍ଦେହରେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୨୩୪ଜଣ ପୃଥକବାସରେ ରହିଥିବାର ସୂଚନା ମିଳିଥିଲା।