କାଲି ସକାଳ ୮ ରୁ ୧୦ଟା ମଧ୍ୟରେ ହେବ ଲାଣ୍ଡଫଲ୍: ଘରୁ ନ ବାହାରିବାକୁ ସତର୍କ ସୂଚନା

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫନି’ ମେ’ ମାସ ୩ ତାରିଖ ପୂର୍ବାହ୍ନ ୮ ରୁ ୧୦ ଟା ମଧ୍ୟରେ ସ୍ଥଳ ଭାଗକୁ ଛୁଇଁବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୭୦ ରୁ ୧୮୦ କିଲୋମିଟର ରହିପାରେ। ତେଣୁ ବିପଦ ଥିବାରୁ ଘରୁ ଲୋକେ ନ ବାହାରିବା ପାଇଁ ସରାକାର ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି। ଏହି ସମୟରେ ଦୋକାନ, ବଜାର, ଅଫିସ୍‌, ଗାଡ଼ି ମଟର ଚଳାଚଳ ସବୁ ରଖାଯିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ବାତ୍ୟା ଅତିକ୍ରମ ନ କରିବା ପର୍ଯ୍ୟନ୍ତ ସମସ୍ତେ ଘର ଭିତରେ ନିରାପଦରେ ରହିବାକୁ ପରାମର୍ଶ ଦିଆଯାଇଛି।

ରିପୋର୍ଟ ଲେଖାଯିବା ବେଳକୁ ଫନି ପୁରୀ ଠାରୁ ୩୨୦ କିଲୋମିଟର ଦୂରରେ ଥିବା ବେଳେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡ଼ି ଆସୁଛି।