ପାଖେଇ ଆସିଲା ଫନି: ଆସନ୍ତା ୬ ଘଣ୍ଟା ମଧ୍ୟରେ ଅତି ଭୟାନକ ହେବ ସାମୁଦ୍ରିକ ବାତ୍ୟା

ନୂଆଦିଲ୍ଲୀ : ଭାରତୀୟ ପାଣିପାଗ ବିଭାଗର ସର୍ବଶେଷ ରିପୋର୍ଟ ଅନୁସାରେ ଫୋନି ଏବେ ପୁରୀଠାରୁ ୭୬୦ କିଲୋମିଟର ଦକ୍ଷିଣ, ଦକ୍ଷିଣ-ପଶ୍ଚିମ ଦିଗରେ ଓ ବିଶାଖାପାଟଣାର ଦକ୍ଷିଣ-ଦକ୍ଷିଣ-ପୂର୍ବଦିଗରେ ୫୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇରହିଛି ।

ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଏକ ଅତି ଭୟାନକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ । ଏହା ଏବେ ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଗତି କରୁଛି । ଏହା ଆସନ୍ତା ୩ ତାରିଖ ବେଳକୁ ଏହା ଓଡ଼ିଶାର ଗୋପାଳପୁର ଓ ଚାନ୍ଦବାଲି ମଧ୍ୟରେ କୌଣସି ଏକ ସ୍ଥାନରେ ସ୍ଥଭାଗ ଛୁଇଁବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୨୦୫ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ସହ ଓଡ଼ିଶାର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ମେ ୪ ବେଳକୁ ଏହା ଓଡ଼ିଶା ଅତିକ୍ରମ କରି ପଶ୍ଚିମବଙ୍ଗ ଆଡକୁ ଚାଲିଯିବ ଓ ଧୀରେ ଧୀରେ ଦୁର୍ବଳ ହୋଇଯିବ ।