ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫନି’ ବେଳକୁ ବେଳ ଉଗ୍ର ହେବାକୁ ଲାଗିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶା ପାଇଁ ‘ୟେଲୋ ଓ୍ଵାର୍ଣ୍ଣିଂ’ ଜାରି କରାଯାଇଛି। ରାଜ୍ୟର ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଳାରେ ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସୂଚନା ରହିଛି ଯେ ‘ଫନି’ ମେ ୧ରେ ଉତ୍ତରପଶ୍ଚିମ ଦିଗରେ ଗୋପାଳପୁର ଓ ଚାନ୍ଦବାଲିକୁ ଛୁଇଁବା ପରେ ଏହା ୩ ତାରିଖକୁ ଦକ୍ଷିଣ ଦିଗ ପୁରୀ ଆଡ଼େ ମୁହଁଇବ।
ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପବନର ବେଗ ଘଣ୍ଟା ପ୍ରତି ୧୭୦ କିଲୋମିଟର ବହିବାକୁ ଥିବା ବେଳେ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ୧୩୦ କିଲୋମିଟର ବେଗରେ ପବନ ବହିବ। ସେହିପରି ନୟାଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଳାରେ ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବ। ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା ହୋଇଛି।