ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ: ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ୱାସ୍ଥ୍ୟ ଉପରେ ନଜର ରଖାଯିବ। ଏହି ସୂଚନା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଛି। ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ବେଳକୁ ବେଳ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ହେବାରୁ ପ୍ଲାଜମା ଥେରାପି ପାଇଁ ତାଙ୍କୁ ଶୁକ୍ରବାର ମ୍ୟାକ୍ସ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ଦିଲ୍ଲୀରେ କରୋନା ସଂକ୍ରମଣ ବ୍ୟାପି ଚାଲିଥିବା ବେଳେ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜ୍ୱରରେ ପୀଡ଼ିତ ହେବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲ। ହେଲେ ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଥିଲେ।