ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଭାରତର ପ୍ରଥମ ଗୃହମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ଅବସରରେ ଗୁରୁବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଗୁଜୁରାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । 

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହପୁରୀ ଓ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବାଇଜଲ ମଧ୍ୟ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ଅମିତ ଶାହା ଦିଲ୍ଲୀସ୍ଥିତ ନ୍ୟାସନାଲ ଷ୍ଟାଡିୟମରୁ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରନ ଅଫ ୟୁନିଟିକୁ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ହଜାର ହଜାର ଯୁବକ ସାମିଲ ହୋଇଛନ୍ତି ।\

ପ୍ରଧାନମନ୍ତ୍ରୀ ମୋଦୀ କେବାଡିଆ ଠାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ମୋଦୀ ଏକଦା ଦିବସ ପରେଡରେ ଭାଗ ନେଇଛନ୍ତି । ମୋଦୀ ଟେକ୍ନୋଲୋଜୀ ଡେମୋନଷ୍ଟ୍ରେସନ ସାଇଟ ପରିଦର୍ଶନ କରିଛନ୍ତି ।