ଗୋବର୍ଦ୍ଧନ ମଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ, ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ପୁରୀର ଜନସାଧାରଣ, ଛତିଶା ନିଯୋଗ, ସେବାୟତ ତଥା ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଶାନ୍ତି ଶୃଙ୍ଖଳାର ସହ ମହାପ୍ରଭୁଙ୍କୁ ସମସ୍ତ ନୀତିକାନ୍ତି ସମାପ୍ତ

ଭୁବନେଶ୍ୱର: କରୋନା ମହାମାରୀର କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା, ବାହୁଡ଼ା ଯାତ୍ରା, ସୁନାବେଶ, ଅଧର ପଣା ଓ ଆଜି ନୀଳଦ୍ରି ବିଜେ ନୀତି ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଯାଇଛି ।

ଏ ସମସ୍ତ ନୀତିକାନ୍ତି ଭକ୍ତଶୂନ୍ୟ ହେଲେ ବି କୋଟି କୋଟି ଭକ୍ତ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ କରିଛନ୍ତି ।

ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର୍ଦ୍ଧନ ମଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ, ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ପୁରୀର ଜନସାଧାରଣ, ଛତିଶା ନିଯୋଗ, ସେବାୟତ ତଥା ମନ୍ଦିର ପ୍ରଶାସନକୁ ଦେଇଛନ୍ତି ।